ବାଲିଗୁଡ଼ା ଏନ୍ଏସିରେ ହିତାଧିକାରୀଙ୍କୁ ଆବାସ କାର୍ଯ୍ୟାଦେଶ ବଣ୍ଟନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସହରାଞ୍ଚଳରେ ସମସ୍ତଙ୍କ ପାଇଁ ଗୃହ ନୀତି ଓଡ଼ିଶା ପକ୍ଷରୁ ଲାଗୁ ହେବା ପରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହ ଠାରେ ହିତାଧିକାରୀଙ୍କୁ ଆବାସ କାର୍ଯ୍ୟାାଦେଶ ବଣ୍ଟନ କରାଯାଇଛି । ଏହି ଅବସରରେ ଉପଜିଲ୍ଲାପାଳ ତଥା ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଡା. ରୀନା ପ୍ରଧାନ, ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ସାଂସଦ ପ୍ରତିନିଧି ଟୁନା ଦାସ ଓ ବିଧାୟକ ପ୍ରତିନିଧି ଅବନୀକାନ୍ତ ନାୟକ ଉପସ୍ଥିତ ରହି ୨୨୫ ଜଣ ହିତାଧିକାରୀଙ୍କୁ ଆବାସ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି । ବାଲିଗୁଡ଼ା ଏନ୍ଏସିର ଅନେକ ହିତାଧିକାରୀ ପୁର୍ବରୁ ଉପକୃତ ହୋଇଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆମେ ଆଗକୁ ମଧ୍ୟ ଏଭଳି କାମ ଜାରି ରଖିବୁ କହିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି ଟୁନା ଦାସ ।

Leave A Reply

Your email address will not be published.

6 − 3 =