“ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ ଅବସରରେ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ୍ : ବିଏସଏଫ ଦଳ ବିଜୟୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ବାରଖମା ସ୍ଥିତ ବିଏସଏଫର ୧୩୬ ବାଟାଲିୟନ ଆନୁକୂଲ୍ୟରେ ବାରଖମା ଖେଳ ପଡିଆ ଠାରେ “ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ ଅବସରରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଏସଏଫ କମାଣ୍ଡର ନିର୍ମଳ ଚନ୍ଦ୍ର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳୀମାନଙ୍କ ସହ ପରିଚିତ ହୋଇଥିଲେ । ଏଥିରେ ବାରଖମା ବିଏସଏଫର ୧୩୬ ବାଟାଲିୟନ ଦଳ ଏବଂ ବାରଖମା ସ୍ପୋର୍ଟସ୍ କ୍ଲବ୍ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଏସଏଫ ୩-୦ ଗୋଲରେ ବିଜୟୀ ଲାଭ କରିଥିଲା । ଏହି ମ୍ୟାଚରେ ବିଏସଏଫର ସମସ୍ତ ଜବାନ ଓ ବାରଖମା ସ୍ପୋର୍ଟସ୍ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.