pakka

ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକଙ୍କ ଅବସର ଗ୍ରହଣ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ତଥା ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦାୟିତ୍ଵରେ ଥିବା ଜୟଦେବ ପାଣିଗ୍ରାହୀ ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ସେ ଆଜି ବଲାଙ୍ଗିର ଜିଲ୍ଲାରେ ନୂତନ ଭାବେ ଯୋଗଦାନ କରିଥିବା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଛନ୍ତି । ଶ୍ରୀ ପାଣିଗ୍ରାହୀ ବଲାଙ୍ଗିର ଜିଲ୍ଲାରେ କାର୍ଯ୍ୟ କରିବା ପୂର୍ବରୁ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା ଓ ରାଉରକେଲାର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ଵ ନିର୍ବାହ କରିଥିଲେ । ଆଜି ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ଉପସ୍ଥିତିରେ ଜିଲ୍ଲା କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ଶ୍ରୀ ପାଣିଗ୍ରାହୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଶ୍ରୀ ପାଣିଗ୍ରାହୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦେଇଥିଲେ ।

jay balangir
Leave A Reply

Your email address will not be published.

twenty − 5 =