ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ବାସୁଦେବ ଆଚାର୍ଯ୍ୟଙ୍କ ପରଲୋକ

ବଲାଙ୍ଗିର : ବଲାଙ୍ଗିର ଗାନ୍ଧୀନଗରପଡ଼ାର ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ବାସୁଦେବ ଆଚାର୍ଯ୍ୟ(୬୮)ଙ୍କ ରବିବାର ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ସେ ଗତ କିଛିଦିନ ଧରି ଅସୁସ୍ଥ ଥିଲେ । ସେ ଜଣେ ମେଳାପୀ, ମିଷ୍ଟଭାଷୀ ଓ ପରୋପକାରୀ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗରେ ଗାନ୍ଧୀନଗରପଡ଼ା ଓ ସାଗରପଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ଏକମାତ୍ର ପୁତ୍ର ସଂବିତ ଆଚାର୍ଯ୍ୟଙ୍କ ଉପସ୍ଥିତିରେ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ କୋଭିଡ଼ କଟକଣା ଅନୁସାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା ।

Leave A Reply

Your email address will not be published.