
ଭୁବନେଶ୍ୱର : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ପାଇଁ ଶୁକ୍ରବାରଠାରୁ ଅନ୍ଲାଇନ୍ ଆବେଦନ ଆରମ୍ଭ ହେବ । ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ । ତେବେ ଓଜେଇଇ ପରୀକ୍ଷା ପାଇଁ ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ମେ’ ପ୍ରଥମ କିମ୍ବା ୨ୟ ସପ୍ତାହ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଓଜେଇଇ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।