pakka

କାଳିଆ ସହାୟତା ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୟ ଜଗନ୍ନାଥ, ଜୟ ମା’ ସମଲେଶ୍ୱରୀ । ଆଏଜ୍‌ ନୂଆଁଖାଇ । ଇ ଅବସର ଥି ଆପଣମାନକେ ସମସ୍ତକେ ମୋର ଜୁହାର । ନୂଆଁଖାଇ ମାଟି ମା’ର ପର୍ବ । ଆମର ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁଁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ । ତେଣୁ ଚାଷୀ ଆମର ଗର୍ବ ଓ ଗୌରବ । ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି । ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର ସହାୟତା ଦିଆଗଲା । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଗଲା । କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା । ଛୋଟ ଚାଷୀମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ’ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ ।

ଚଳିତ ବନ୍ୟା ଯୋଗୁଁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି । ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥୀରେ ଅଛି । ଶୀଘ୍ର ଡେମେଜ ଏସେ୍‌ଏସ୍‌ମେଣ୍‌ଣ୍ଟ କରି ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ୍‌ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ । ଓଡିଶାର ଗୌରବକୁ ଆମର ଚାଷୀଭାଇମାନେ ଉଜ୍ୱଳ କରିଛନ୍ତି । ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ ।

jay balangir
Leave A Reply

Your email address will not be published.

eighteen − 16 =