pakka

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

bbehera
  • ବିଭିନ୍ନ ୬୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ୫୧ ଗୋଟି ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ (ରାଜସ୍ବ) ସୂର୍ଯ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ ଦେଇ ଜନ ସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି, ସାମୁହିକ ଦରଖାସ୍ତ ୧୪ ଗୋଟି ରହିଥିବା ବେଳେ ୦୧ ଟି ଦରଖାସ୍ତ ରେଡ଼କ୍ରସ ଓ ୦୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୬୦ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୫୧ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୦୯ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା, ବୀରମହାରାଜପୁର ଶ୍ରୀମତୀ ଶାନ୍ତି ଲୁହା, ବ୍ଲକ ଉପାଧକ୍ଷ ନାରାୟଣ ଲୁହା, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

1 × five =