pakka

‘ଆମେ ଓଡ଼ିଆ’ ସଂଗଠନର ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ ସଚେତନ ଅଭିଯାନରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

bbehera
  • ପୁରୀକୁ ଆସୁଥିବା ଭକ୍ତମାନେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ ପାଇଁ ଜନ ଆନ୍ଦୋଳନରେ ଭାଗିଦାରୀ ହେବାକୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
    • ଆମେ ଓଡ଼ିଆର ପ୍ରତ୍ୟେକ ସ୍ୱେଚ୍ଛାସେବୀଙ୍କୁ ସାଧୁବାଦ ଜଣାଇଲେ
    • ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ ହ୍ରାସ ଅଭିଯାନକୁ ସୋସିଆଲ ମିଡ଼ିଆରେ ସମର୍ଥନ ଦେଇଥିବା ବ୍ୟକ୍ତିବିଶେଷଙ୍କୁ ଧନ୍ୟବାଦ
    • ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ସାମଗ୍ରୀକୁ ବନ୍ଦ କରିବା ପାଇଁ ଭାରତ ସରକାର ନିଷ୍ପତି ନେଇଛନ୍ତି
    • ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଦୁଇଟି ପ୍ରଦର୍ଶନୀର ଉଦ୍‌ଘାଟନ
    • ବଡ଼ଶଙ୍ଖ ଶରଧା ମଣ୍ଡପ ଠାରେ ଭକ୍ତଙ୍କୁ ପ୍ରସାଦ ବିତରଣ କଲେ

ପୁରୀ, (ପିଆଇବି) : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରଥଯାତ୍ରାରେ ସାମିଲ ହେବା ଅବସରରେ ସାମାଜିକ ସଂଗଠନ “ଆମେ ଓଡ଼ିଆ” ପକ୍ଷରୁ ଆୟୋଜିତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ କରିବା ପାଇଁ ଜନସଚେତନ ଅଭିଯାନରେ ସାମିଲ ହୋଇଥିଲେ ।

ଏହି ଅବସରରେ ଶ୍ରୀ ପ୍ରଧାନ ଆମେ ଓଡ଼ିଆ ପରିବାରର ସ୍ୱେଚ୍ଛାସେବୀଙ୍କ ସହ ପ୍ଲାଷ୍ଟିକ୍ ସଫେଇ କରି ସେମାନଙ୍କ ମନୋବଳ ଦୃଢ଼ କରିଥିଲେ । ପ୍ରତ୍ୟେକ ସ୍ୱେଚ୍ଛାସେବୀଙ୍କୁ ରଥଯାତ୍ରାକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଅଭିଯାନରେ ସାମିଲ ପାଇଁ ସାଧୁବାଦ ଜଣାଇବା ସହ କହିଛନ୍ତି ଥରେ ମାତ୍ର ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ପରିବେଶ ପାଇଁ କ୍ଷତିକାରକ । ଏ ସବୁ ଲୋକମାନେ ବର୍ଜନ କରିବା ସହ ଅଭ୍ୟାସରେ ପରିଣତ କରିବା ଦରକାର । ଭାରତ ସରକାର ମଧ୍ୟ ଏହି ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ସାମଗ୍ରୀକୁ ବନ୍ଦ କରିବା ଉପରେ ଆଜି ଠାରୁ ନିଷ୍ପତି ନେଇଛନ୍ତି । ରଥ ଦେଖିବା ପାଇଁ ପୁରୀକୁ ଆସୁଥିବା ଅଗଣିତ ଭକ୍ତମାନେ ମଧ୍ୟ ପ୍ଲାଷ୍ଟିକ ବ୍ୟବହାରକୁ ହ୍ରାସ କରିବା ସହ ତାହାର ପୁନଃବ୍ୟବହାର ଓ ରିସାଇକ୍ଲିଂ କରିବା ପାଇଁ ଆରମ୍ଭ ହୋଇଥିବା ଜନଆନ୍ଦୋଳନରେ ସାମିଲ ହେବାକୁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଛନ୍ତି । ଏହି ଅଭିଯାନରେ ନିଜକୁ ସାମିଲ କରିଥିବା ଓ ସୋସିଆଲ ମିଡ଼ିଆରେ ସମର୍ଥନ ଦେଇଥିବା ବ୍ୟକ୍ତିବିଶେଷଙ୍କୁ କେନ୍ଦ୍ରମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ରଥଯାତ୍ରା ଅବସରରେ ପୁରୀ ଶରଧାବାଲି ଠାରେ ଭାରତ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ମୋଦି ସରକାରଙ୍କ ୮ ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ପୂର୍ତ୍ତି ଅବସରରେ ଅନୁଷ୍ଠିତ ଏକ ପ୍ରଦର୍ଶନକୁ ଉଦଘାଟନ କରି ଖୁସିବ୍ୟକ୍ତ କରିଥିଲେ । ତା’ ସହିତ ପୁରୀ ଭୋଳାନାଥ ବିଦ୍ୟାପୀଠ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଅଧୀନ ଆଇସିଏଚଆର ଦ୍ୱାରା ‘ଆଜାଦୀ କା ଅମୃତ ମହୋତ୍ସବ’ ଉପରେ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ କେନ୍ଦ୍ରମନ୍ତ୍ରୀ । ବଡ଼ଶଙ୍ଖ ଶରଧା ମଣ୍ଡପ ଠାରେ ‘ବିଶ୍ୱ କଲ୍ୟାଣ ଆଧ୍ୟାତ୍ମିକ ଚେତନା ସଂଘ’ର ପ୍ରସାଦ ବିତରଣ କାର୍ୟ୍ୟକ୍ରମରେ ସାମିଲ ହୋଇ ଶ୍ରୀ ପ୍ରଧାନ ଭକ୍ତମାନଙ୍କୁ ପ୍ରସାଦ ବିତରଣ କରିଥିଲେ ।

Leave A Reply

Your email address will not be published.

17 − five =