
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଜିଲ୍ଲା ପ୍ରଶାସନ ବଲାଙ୍ଗିର ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଥମେ ସନ୍ଥ କବି ଭୀମଭୋଇଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ହୋଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡ଼ିଓ ନିତୁଶ୍ରୀ ମେହେରଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ଟିଟିଲାଗଡ଼ ଉପ ଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ବ୍ଲକ ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା, ବିଧାୟକଙ୍କ ପ୍ରତିନିଧି ଅର୍ଜୁନ ୟାଦବ ପ୍ରମୁଖଙ୍କ ସହ ଅନ୍ୟ ଅତିଥିମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ସୁଶୀଲ କୁମାର ପୋଢ଼ ପରିଚାଳନା କରିଥିଲେ । ମାନସିକ ଅନଗ୍ରସର ବିଭାଗ, ଦୃଷ୍ଟି ବାଧିତ ବିଭାଗ, ଶାରୀରିକ ଭିନ୍ନକ୍ଷମ ବିଭାଗ, ଶ୍ରବଣବାଧିତ ବିଭାଗ ସହ ବିଭାଗର ଅଧିକାରୀ ମାନେ ସାମିଲ ହୋଇଥିଲେ । ପରେ ବିଭିନ୍ନ ଉପକରଣ ବଣ୍ଟନ କରାଯାଇଥିଲା । ଏଥିରେ ବ୍ଲକର କର୍ମଚାରୀ ମାନେ ସହଯୋଗ କରିଥିଲେ ।