
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁଠାରେ ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ ଆୟୋଜିତ ହୋଇଯାଇଛି । ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି ପରମା ଠେଲା ଏବଂ ସମ୍ପାଦକ ପ୍ରକାଶ ରଣାଙ୍କ ଉଦ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦଳୀୟ କାର୍ଯ୍ୟକର୍ତ୍ତାମାନେ ସାମିଲ ହୋଇ ଗାଁର ବିଭିନ୍ନ ସ୍ଥାନରେ ସଫେଇ କାର୍ଯ୍ୟ କରିଥିଲେ । ସ୍ୱଚ୍ଛତା ହେଉଛି ସୁସ୍ଥ ସମାଜର ମୂଳ ଆଧାର । ଏହି ବାର୍ତ୍ତାକୁ ନେଇ କାର୍ଯ୍ୟକର୍ତ୍ତାମାନେ ସ୍ୱଚ୍ଛତା ପ୍ରତି ଲୋକଙ୍କୁ ସଚେତନ କରିଥିଲେ । କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ସାମିଲ ହୋଇଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଆୟୋଜକ ମାନଙ୍କ ପକ୍ଷରୁ ଧନ୍ୟବାଦ ଓ କୃତଜ୍ଞତା ଜଣାଯାଇଛି ।