oom

ଲୋଇସିଂହାରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ

jsmm

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ବଲାଙ୍ଗିର ଜିଲ୍ଲା ପ୍ରଶାସନ ସୌଜନ୍ୟରେ ତଥା ପଞ୍ଚାୟତ ସମିତି ଲୋଇସିଂହା ଆନୁକୂଲ୍ୟରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହା ବିଡ଼ିଓ ଅକ୍ଷୟ ପାଣି ଉଡ଼ୁଙ୍କ ସଭାପତିତ୍ୱରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ ଭିନ୍ନକ୍ଷମଙ୍କ ପାଇଁ ସରକାର ପ୍ରଣୟନ କରିଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିବା ସହିତ ଚଳିତ ମାସ ୧୫ ତାରିଖରୁ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ବର୍ଦ୍ଧିତ ଭତ୍ତା ପାଇବେ ବୋଲି ସୂଚନା ଦେଇଥିଲେ । ଏଥିସହିତ ସମସ୍ତ ଭିନ୍ନକ୍ଷମଙ୍କୁ UDID କାର୍ଡ ଦିଆଯିବା ସହିତ ନିର୍ମାଣ ଶ୍ରମିକ ପ୍ରତିବର୍ଷ ସେମାନଙ୍କ ସେମାନଙ୍କ ପରିଚୟ ପତ୍ର ନବୀକରଣ କରିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ ସେଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର, ସିଡିଏମ୍‌ଓ ରମେଶ ଚନ୍ଦ୍ର ସାହୁ, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଅବସରରେ ସାମାଜିକ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ବ୍ଲକର ୬୨ ଜଣ ହିତାଧିକାରୀଙ୍କୁ ୧ କୋଟି ୨୩ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ଭିନ୍ନକ୍ଷମଙ୍କୁ ବିଭିନ୍ନ ଉପକରଣ ବଣ୍ଟନ କରାଯାଇଥିଲା ।

jittmm
Leave A Reply

Your email address will not be published.