csstore

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମିରଞ୍ଜନ ମହନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିଶ୍ୱରଞ୍ଜନ ନାୟକ, ଜିଲ୍ଲା ଆଦିବାସୀ ଉନ୍ନୟନ ବିଭାଗ ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ, ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ, ଅବକାରୀ ଅଧିକାରୀ, ଜଳ ଓ ପରିମଳ ବିଭାଗ ମୁଖ୍ୟ ଯନ୍ତ୍ରୀ, ବିଦ୍ୟୁତ୍‌ ବିଭାଗ ଅଧିକାରୀ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ଅଧିକାରୀ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀ, ଶିକ୍ଷା ବିଭାଗ, ପୂର୍ତ୍ତ ବିଭାଗ ଅଧିକାରୀଙ୍କ ସହ ଜିଲ୍ଲା ଓ ବ୍ଲକର ପ୍ରାୟ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମୁଦାୟ ୧୩୭ଟି ଅଭିଯୋଗ ଶୁଣାଣି ହୋଇଥିଲା । ଫିରିଙ୍ଗିଆ ଥାନା ଅଧିକାରୀ ପି.ଶ୍ୟାମ ସୁନ୍ଦର ରାଓଙ୍କ ତତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

jayashree
Leave A Reply

Your email address will not be published.