oom

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଡିଏଫ୍‌ଓ ନିତୀଶ କୁମାର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୧୭ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୦୦ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୭ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନ ସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ବଲାଙ୍ଗିର ସହରର ପ୍ରମୋଦ ସାହୁ ଓ ସୁରୁକୁନି ସାହୁ, ଆଗଲପୁର ବ୍ଲକର ମୁଣ୍ଡାପାଲି ନଅଗାଁର ନିମାଇଁ ଚରଣ ସାହୁ ଓ ଦୀପାଞ୍ଜଳି ସାହୁ ଏବଂ ଦେଓଗାଁ ବ୍ଲକ ରୁଗୁଡିପାଲି ଗ୍ରାମର ରାଜେନ୍ଦ୍ର ନନ୍ଦ ଓ ସରୋଜିନୀ ନନ୍ଦଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା । ସେହିପରି ଚିକିତ୍ସା ସହାୟତା ବାବଦରେ କଣ୍ଟାବାଞ୍ଜି ଅଶୋକ ନଗରର ଭୂମିସୂତା ନାଗଙ୍କୁ ୧୦ ହଜାର ଟଙ୍କା ଏବଂ ଆଗଲପୁର ବ୍ଲକ ବୁଦୁଳା ଗ୍ରାମର ବିଜୟ ପଧାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.