ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୪୭ ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୮ ଗୋଟି, ସାମୁହିକ ଦରଖାସ୍ତ ୦୯ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୬ଟି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ତନ୍ମଧ୍ୟରେ ଗୋଟିଏ ଦରଖାସ୍ତ ସିଏମ୍‌ଆର୍‌ଏଫ୍‌ ଓ ଗୋଟିଏ ରେଡକ୍ରସରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି । ବିଡିଓ, ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.