jsm

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

csstore
  • ବିଭିନ୍ନ ୩୦ ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୪ ଗୋଟି, ସାମୁହିକ ଦରଖାସ୍ତ ୦୬ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ତନ୍ମଧ୍ୟରୁ ୦୫ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା ବ୍ୟାସଦେବ ବେହେରାଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଦିପ୍ତୀରେଖା ନନ୍ଦ, ଅଧିକ୍ଷଣ ଯନ୍ତ୍ରୀ ଆରଡବ୍ଲୁଏସ୍‌ଏସ୍‌ ଇଂ ବିଭୂପ୍ରସାଦ ପଣ୍ଡା, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଏମ୍‌ଡିଆଇସି ବଳଭଦ୍ର ନାୟକ, ସ୍ୱାସ୍ଥ୍ୟ ଅଧିକାରୀ, ବିନିକା ସିଏଚ୍‌ସି ଡ଼. ସତ୍ୟନାରାୟଣ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ଦାଶ, ଉପଶ୍ରମ ନିର୍ଦ୍ଦେଶକ ଡିଲେଶ୍ୱର ଖାକା, ତହସିଲଦାର ବିନିକା- ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ବୃନ୍ଦ ପ୍ରମୁଖ ଯୋଗଦାନ କରିଥିଲେ ।

yuvodaya
Leave A Reply

Your email address will not be published.