pakka

ସେପ୍ଟେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେପ୍ଟେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ସେହି ଅନୁସାରେ ସେପ୍ଟେମ୍ବର ମାସ ୦୪ ତାରିଖ ସୋମବାର ସକାଳ ଘ ୧୦.୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ, ୧୧ ତାରିଖ ସୋମବାର ସକାଳ ଘ ୧୦.୩୦ ମି.ରେ ସଇଁତଲା ବ୍ଲକ କାର୍ଯ୍ୟାଳୟଠାରେ, ୧୮ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟଠାରେ, ୨୫ ତାରିଖ ସୋମବାର ସକାଳ ଘ ୧୦.୩୦ ମି ରେ ଆଗଲପୁର ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।

jay balangir
Leave A Reply

Your email address will not be published.

six − 3 =

error: Content is protected !!