ବରଗଡ଼ ସଦର ମହକୁମାରେ ଅଭିଯୋଗ ପ୍ରକୋଷ୍ଠ ଖୋଲିଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କୋଭିଡ କଟକଣା ଯୋଗୁଁ ଗତ ଦୁଇ ବର୍ଷ ହେବ ଜିଲ୍ଲାସ୍ତରୀୟ ଅଭିଯୋଗ ପ୍ରକୋଷ୍ଠ ଗତକାଲି ବରଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଉପସ୍ଥିତିରେ ସଦର ମହକୁମାର ସମସ୍ତ ଅଧିକାରୀ ସାଧାରଣ ଲୋକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗର ବିଚାର, ସମାଧାନ ପାଇଁ ସୁପାରିଶ କରିଥିଲେ । ଏଥିପାଇଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଲୋକମାନେ ଆସି ସେମାନଙ୍କ ଅଭିଯୋଗ ଜିଲ୍ଲା ମାଜିଷ୍ଟ୍ରେଟ ତଥା ଜିଲ୍ଲାପାଳଙ୍କ ସମ୍ମୁଖରେ କରିଥିଲେ । ଏଥିରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ଉପ ଜିଲ୍ଲାପାଳ ସୁଭେନ୍ଦୁ ସାମଲ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.