oum

ଶଗଡାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

jsm

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ବ୍ଲକର ଶଗଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାର ଦିନ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୭୧ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୬୮ଟି ବ୍ୟକ୍ତିଗତ ମାମଲା, ୩ଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୩୮ ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇ ସେଥିମଧ୍ୟରୁ ୩ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୩ ହଜାର ଟଙ୍କାର ସହାୟତା ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୪ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସନତ କୁମାର ନାଏକ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଶଗଡା ସରପଞ୍ଚ ସନ୍ଧ୍ୟାରାଣୀ ମହାକୁଡ, ପୂର୍ବତନ ସରପଞ୍ଚ ସୁରଥ ମିଶ୍ର, ସାମାଜିକ କର୍ମୀ ରାଜିବ କର୍ମୀ, ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ବେହେରା, ଟିଆରଓ ମହାପାତ୍ର କୁଲଦୀପ ମହାନ୍ତି ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ । ବୌଦ୍ଧ ବ୍ଲକ ବିଡିଓ ଅବିନାଶ ପାଣ୍ଡିଆଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା ।

Leave A Reply

Your email address will not be published.