ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୭୧ ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ୦୭ ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୫ ଗୋଟି, ସାମୁହିକ ଦରଖାସ୍ତ ୦୬ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୦୭ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୬୪ଟି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ପ୍ରାପ୍ତ ଦରଖାସ୍ତ ମଧ୍ୟରେ ୮ ଗୋଟି ସିଏମ୍‌ଆର୍‌ଏଫ୍‌ ନିମନ୍ତେ ଗ୍ରହଣ କରାଯାଇଛି । ଶିବିର ଅବସରରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ଦାଶ ବ୍ଲକ ଅନ୍ତର୍ଗତ ୨ ଗୋଟି ଭିନ୍ନକ୍ଷମ ଦମ୍ପତିଙ୍କୁ ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ବାବଦରେ ପ୍ରତ୍ୟେକ ଦମ୍ପତିଙ୍କୁ ୨,୫୦,୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି । ସେହିପରି ୨୫ ଜଣ ଏସ୍‌ଏଚ୍‌ଜି ମା’ମାନଙ୍କୁ କିଚେନ ଗାର୍ଡେନ ନିମନ୍ତେ ପନିପରିବା ଚାଷ ପାଇଁ ବିଭିନ୍ନ ପନିପରିବା ସମ୍ମିଳିତ ମଞ୍ଜିକିଟ ପ୍ରଦାନ କରାଯାଇଛି । ବିଡିଓ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଆଜି ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

five × one =

error: Content is protected !!