oom

ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

jsmm
  • ବିଭିନ୍ନ ୧୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ବିଭିନ୍ନ ୩ ଗୋଟି ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକ ସ୍ତରୀୟଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସମ୍ବଳିତ ୧୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୨ ଗୋଟି ଓ ସାମୁହିକ ଦରଖାସ୍ତ ୦୭ ଗୋଟି ରହିଛି । ଗ୍ରହଣ ୧୯ ଗୋଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୦୩ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୬ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଉଲୁଣ୍ଡା ହେମସାଗର ଭୋଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ତହସିଲଦାର ବିପିନ୍ କୁମାର ପ୍ରଧାନ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ । ଏହି ଶିବିରରେ ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାରେ ବ୍ଲକ ଅନ୍ତର୍ଗତ ୨ ଗୋଟି ଦମ୍ପତି, କୋଟସମଲେଇ ଗ୍ରାମର ପ୍ରଫୁଲ୍ଲ ବାଗ ଓ ଚନ୍ଦ୍ରକାନ୍ତି ପଟେଲ, ଏବଂ ଉଲୁଣ୍ଡା ଗ୍ରା. ପ. ଅନ୍ତର୍ଗତ ଖଲିଆପାଲି ଗ୍ରାମର ଗଜାନନ ପ୍ରଧାନ ଓ ଉର୍ମିଳା ପ୍ରଧାନ, ପ୍ରତ୍ୟେକ ଦମ୍ପତିଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ଅର୍ଥ ରାଶି ଚେକ୍ ମାଧ୍ୟମରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା ପ୍ରଦାନ କରିଛନ୍ତି ।

jittmm
Leave A Reply

Your email address will not be published.