jayashree

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୧୦୯ ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦୫ ଗୋଟି, ସାମୁହିକ ଦରଖାସ୍ତ ୦୪ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ତନ୍ମଧ୍ୟରୁ ୦୨ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା ବ୍ୟାସଦେବ ବେହେରାଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଜିଲ୍ଲା ପରିଷଦ ସଦସ୍ୟା ଜୋନ ନଂ ୮ ପ୍ରମିଳା କଲତା, ତହସିଲଦାର ବିନିକା ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.