csstore

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୫ ଗୋଟି ଗ୍ରହଣ କରାଯାଇଛି । ୦୩ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ସୋନପୁର-ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ସିଡିଏମ୍‌ଓ ଡ଼ଃ ବିଶ୍ୱ ରଞ୍ଜନ ପତି, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟାଂଶୁ ରୁଟ, ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.