pakka

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

bbehera
  • ବିଭିନ୍ନ ୩୭ ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୪ ଗୋଟି, ସାମୁହିକ ଦରଖାସ୍ତ ୦୩ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ତନ୍ମଧ୍ୟରୁ ୦୩ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା ବ୍ୟାସଦେବ ବେହେରାଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପ-ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଦିପ୍ତୀରେଖା ନନ୍ଦ, ତହସିଲଦାର ବିନିକା- ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

19 − 11 =