
ବଲାଙ୍ଗିର, (କେପିଏନ୍ଏସ୍) : ଏପ୍ରିଲ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଏପ୍ରିଲ ମାସ ୩ ତାରିଖ (ସୋମବାର) ସକାଳ ଘ ୧୦ଟା ୩୦ ମିନିଟ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ, ୧୦ ତାରିଖ ସକାଳ ଘ ୮ ଟା ୩୦ ମିନିଟ ସମୟରେ ଦେଓଗାଁ ବ୍ଲକ ଅନ୍ତର୍ଗତ ଉପରଝର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ, ୧୭ ତାରିଖ ସକାଳ ଘ ୮ ଟା ୩୦ ମିନିଟ ସମୟରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଖୋଲାନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଓ ୨୪ ତାରିଖ ସକାଳ ଘ ୮ ଟା ୩୦ ମିନିଟ ସମୟରେ ତୁରେକେଲା ବ୍ଲକ ଅନ୍ତର୍ଗତ ଝରଣୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।