centurian jitm

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

nschool

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୧ ଗୋଟି, ସାମୁହିକ ଦରଖାସ୍ତ ୦୭ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ତନ୍ମଧ୍ୟରୁ ୧୪ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା ପ୍ରମୋଦ ଚନ୍ଦ୍ର ମେହେରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସନତ କୁମାର ନାୟକ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟିପିଡବ୍ଲୁଓଡିଏଲ୍‌ ଅଶୋକ କୁମାର ମିଶ୍ର , ନିର୍ବାହୀ ଯନ୍ତ୍ରୀ ପିଏଚଡି ଇଂ. ଏ. କେ. ମୂର୍ତ୍ତି, ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ସତ୍ୟ ନାରାୟଣ ପ୍ରଧାନ, ଆଇଆଇସି ବିନିକା ସାରଙ୍ଗଧର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.