ଜୁଲାଇ ମାସ ପାଇଁ ଜିଳ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧର୍ଯ୍ୟ କରାଯାଇଛି । ତଦ୍‌ ଅନୁସାରେ ଜୁଲାଇ ମାସର ପ୍ରଥମ ସୋମବାର ତା.୪/୭/୨୦୨୨ ରିଖ ପୂର୍ବାହ୍ନ ଘ୧୦.୩୦ମି ସମୟରେ ବଲାଙ୍ଗିର ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ, ଦ୍ୱିତୀୟ ସୋମବାର ତା. ୧୧/୭/୨୦୨୨ ରିଖ ଦିନ ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ, ତୃତୀୟ ସୋମବାର ତା ୧୮/୭/୨୦୨୨ ରିଖ ଦିନ ଲୋଇସିଂହା ବ୍ଲକ କାର୍ଯ୍ୟାଳୟ ଠାରେ ଓ ଚତୁର୍ଥ ସୋମବାର ତା. ୨୫/୭/୨୦୨୨ରିଖ ଦିନ ତୁରେକେଲା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇ ପାରିବେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ସଂପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ବ୍ୟକ୍ତଗତ ତଥା ସାମୁହିକ ଅଭିଯୋଗଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।

Leave A Reply

Your email address will not be published.