oom

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଗତକାଲି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନିତୀନ କୁଶଲକର, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଅତିରିକ୍ତ ପିଡି ଡିଆରଡିଏ ଡା. ଗୁଣନିଧି ନାଏକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ଓ ସିଡିପିଓମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୮୨ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନମଧ୍ୟରୁ ୧୫୮ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୨୪ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନ ସାଧାରଣଙ୍କ ଏହି ଅଭିଯୋଗ ଓ ସମସ୍ୟାଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ମଧୁବାବୁ ପେନ୍‌ସନ ଯୋଜନା ଜରିଆରେ ଖୁଣ୍ଟପାଲି, ଖଗସାବାହାଲର ରାଜୁ ରଣାଙ୍କ ଭିନ୍ନକ୍ଷମ ଭତ୍ତା ମଞ୍ଜୁର କରାଯାଇ ମଞ୍ଜୁରି ପତ୍ର ପ୍ରଦାନ କରାଯାଇଥିଲା । ସେହିପରି ଚିକଲବାହାଲର ତେଜା ସାଗରଙ୍କୁ ହ୍ୱିଲ ଚେୟାର ପ୍ରଦାନ କରାଯାଇଥିଲା । ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବୁରୋମୁଣ୍ଡାର ଚନ୍ଦ୍ର ପରୁଆଙ୍କୁ ୧୦ ହଜାର ଟଙ୍କା, ଦେଓଗାଁ, ପିପଲପଦରର ମହାଦେଇ ତାଣ୍ଡିଙ୍କୁ ୧୦ ହଜାର ଟଙ୍କା, କନ୍ଧପାଲିପଡା ବଲାଙ୍ଗିରର ଜୋଥାନ ନନ୍ଦଙ୍କୁ ୧୦ ହଜାର ଟଙ୍କା ଓ ଉଡିଙ୍ଗ୍‌, ବେଲପଡାର ପ୍ୟାରୀ ବାଗଙ୍କୁ ୨ ହଜାର ୫୦୦ଟଙ୍କାର ସହାୟତା ରାଶି ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା । ରେଡକ୍ରସ ପାଣ୍ଠିରୁ ବଲାଙ୍ଗିର ହାତୀଶାଲପଡାର ତ୍ରିପୁରା ବଗର୍ତ୍ତୀଙ୍କୁ ୫ ହଜାର ଟଙ୍କା ସହାୟତା ରାଶି ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.