jsm

ଦେଓଗାଁଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ଦ୍ୱିତୀୟ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଦେଓଗାଁ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନିତୀନ କୁଶଲକର, ଡିଏଫ୍‌ଓ ନିତୀଶ କୁମାର, ପିଡିଡିଆର୍‌ଡିଏ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗ ଭୂଶଣଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଦେଓଗାଁ ବିଡିଓ, ତହସିଲଦାର ତଥା ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅଞ୍ଚଳର ବିଭିନ୍ନ ସମସ୍ୟାମୂଳକ ମୋଟ ୪୪ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍‌ମଧ୍ୟରୁ ୨୪ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୨୦ ଗୋଟି ଗ୍ରାମ୍ୟ ସମସ୍ୟାମୂଳକ ସାମୂହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନ ସାଧାରଣଙ୍କ ଏହି ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନାରେ ବିଭିନ୍ନ ହିତାଧିକାରୀମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ମାଧ୍ୟମରେ ବଡଡୁଙ୍ଗୁରିପାଲିର ସଂଜୀବ କୁମାର ମେହେର ଓ କମଳିନୀ ମେହେରଙ୍କୁ ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ବାବଦରେ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍‌, ଗୌରଗୋଠର କବିତା ରଣା ଓ ସନତ କୁମାର ରଣାଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍‌, ଗୌରଗୋଠର କୁନ୍ଦୁରୁ ରଣା ଓ ଧିନୁ ରଣାଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍‌ ଓ ସିଲେଟକାନୀ ଗ୍ରାମର ଦୁଃଖି ସାଗର ଓ ପ୍ରଫୁଲ୍ଲ ସାଗରଙ୍କୁ ବିବାହ ପ୍ରୋତ୍ସାହନ ରାଶି ବାବଦରେ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍‌ ଜିଲ୍ଲାପାଳ ପ୍ରଦାନ କରିଥିଲେ । ସେହିପରି ମଧୁବାବୁ ପେନ୍‌ସନ ଯୋଜନା ଜରିଆରେ ୫ ଜଣ ହିତାଧିକାରୀଙ୍କୁ ବିଧବା ଭତ୍ତା ପ୍ରଦାନ କରାଯାଇଥିଲା ।

yuvodaya
Leave A Reply

Your email address will not be published.