oom

ଲୋଇସିଂହା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ତୃତୀୟ ସୋମବାର ଦିନ ଲୋଇସିଂହା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା ଆରକ୍ଷୀ ଅଧିକ୍ଷକ ନିତୀନ କୁଶଲକର, ଡିଏଫ୍‌ଓ ନିତୀଶ କୁମାର, ପିଡି ଡିଆର୍‌ଡିଏ ସୁଶାନ୍ତ କୁମାର ସିଂ, ଉପଜିଲ୍ଲାପାଳ ଲମ୍ବୋଧର ଧରୁଆଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲୋଇସିଂହା ବିଡିଓ, ତହସିଲଦାର ତଥା ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅଞ୍ଚଳର ବିଭିନ୍ନ ସମସ୍ୟାମୂଳକ ମୋଟ ୯୬ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୭୮ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୮ ଗୋଟି ଗ୍ରାମ୍ୟ ସମସ୍ୟାମୂଳକ ସାମୁହିକ ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ମାଧ୍ୟମରେ ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମେଇପାଲି ଗ୍ରାମର କେଶବ ସାହୁ ଓ ସୁମିତ୍ରା ସାହୁଙ୍କୁ ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ସହାୟତା ବାବଦରେ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍‌ ଜିଲ୍ଲାପାଳ ପ୍ରଦାନ କରିଥିଲେ । ଜନ ଶୁଣାଣି କାର୍ଯ୍ୟକ୍ରମରେ ଶାନ୍ତି ଭୁଏଙ୍କ ବିଧବା ଭତ୍ତା ମଞ୍ଜୁର କରାଯାଇ ମଞ୍ଜୁର ପତ୍ର ପ୍ରଦାନ କରାଯାଇଥିଲା । ସେହିପରି ଚିକିତ୍ସା ସହାୟତା ବାବଦରେ ଲୋଇସିଂହାର ଭଗବାନ ରଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୧୦ ହଜାର ଟଙ୍କାର ସହାୟତା ରାଶି ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.