jsm

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଂଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ବଲାଙ୍ଗିର ପିଡ଼ି (ଡିଆରଡ଼ିଏ) ସୁଶାନ୍ତ କୁମାର ସିଂ, ପିଡ଼ି (ଡ଼ୁଡ଼ା) ସୁଦର୍ଶନ ସାଏ, ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡ଼ିଓ ଏବଂ ତହସିଲ୍‌ଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୧୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିବା ବେଳେ ତନ୍‌ମଧ୍ୟରୁ ୯୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ରହିଥିଲା । ଅବଶିଷ୍ଟ ୨୩ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଅଭିଯୋଗ ଦରଖାସ୍ତ ଗୁଡ଼ିକ ମଧ୍ୟରୁ ୧୮ ଗୋଟି ଅଭିଯୋଗର ସମାଧାନ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ହିଁ ସମାଧାନ କରାଯାଇଥିଲା ଏବଂ ଅନ୍ୟ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୧୧ ଜଣଙ୍କୁ ଚିକିତ୍ସା ସହାୟତା ବାବଦରେ ମୋଟ ୩୯ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯାଇଥିବା ବେଳେ ଜଣଙ୍କୁ ରେଡ୍‌କ୍ରସ୍‌ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଏହି ଆର୍ଥିକ ସହାୟତା ରାଶି ଚେକ୍‌ ମାଧ୍ୟମରେ ସଂପୃକ୍ତ ବ୍ୟକ୍ତିମାନଙ୍କୁ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରଦାନ କରିଥିଲେ । ସୂଚନାଯୋଗ୍ୟ ଯେ, ଆସନ୍ତା ୯ ତାରିଖ ସୋମବାର ଦିନ ୮ଟା ସମୟରେ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ଠାରେ ଏବଂ ୨୩ ତାରିଖ ଦିନ ସକାଳ ୮ଟା ସମୟରେ ଆଗଲପୁର ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

yuvodaya
Leave A Reply

Your email address will not be published.