ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଠାରେ ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନସମାଧାନ ନିମନ୍ତେ ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି ସୋମବାର ସଂଗଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ଶ୍ରବଣା ବିବେକ ଏମ., ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା ଦସ୍ତଗୀର ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ । ଏହି ଅଭିଯୋଗ ଶୁଣାଣିର ସମୁଦାୟ ୭୬ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୬୬ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୧୦ଟି । ୩ ଜଣଙ୍କୁ ରେଡ୍କ୍ରସ୍ ପାଣ୍ଠିରୁ ୨୦୦୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଗଞ୍ଜାମ ଜିଲ୍ଲାପାଳ ତ୍ଵରିତ ୮ଟି ଅଭିଯୋଗ ଫଏସଲା କରିଥିଲେ । ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ ।