ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ଦୋକାନ ଜାଳି ଦେଇଥିବା ଅଭିଯୋଗ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ଦୋକାନ ଜାଳି ଦେଇଥିବା ଅଭିଯୋଗ ହୋଇଛି । ଘଟଣାଟି ଘଟିଛି ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହି ଗାଁରେ । ସୂଚନା ଅନୁସାରେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହି ଗାଁର ରବୀନ୍ଦ୍ର ଜେନା ବିରୋଧୀ ଗୋଷ୍ଠୀର କେତେକ ବ୍ୟକ୍ତି ଗତକାଲି ରାତିରେ ତାଙ୍କ ଛୋଟିଆ ଗ୍ୟାରେଜ ଦୋକାନରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି । ଏନେଇ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ସୂଚନା ରହିଛି ।

Leave A Reply

Your email address will not be published.

13 − 13 =