jayashree

ବୀରମହାରାଜପୁରରେ ଅଭିଯୋଗ ଶୁଣାଣି ଶିବିର : ୫୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ. କେ. ହରିପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୨ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସିଂଙ୍କ ସମେତ ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.