ଲାଠିକଟା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ନୀତିନ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୮୩ ଗୋଟି ଅଭିଯୋଗ ରହିଥିଲା । ସେଥିମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ରାଉରକେଲା ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀ, ପାନପୋଷ ଉପ ଜିଲ୍ଲାପାଳ ବିଜୟ କୁମାର ନାୟକ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.