csstore

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନକରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରୁ ୫୧ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବାବେଳେ ୮ ଗୋଟି ସାମୁହିକ ଦରଖାସ୍ତ ଓ ୧ ଗୋଟି ଚିକିତ୍ସା ପାଇଁ ଆର୍ଥିକ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା । ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସୋନପୁର ବିଡିଓ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା ବେଳେ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ତଥା ଡେପୁଟି କଲେକ୍ଟର ସତ୍ୟ ସୁନ୍ଦର ରାଉତଙ୍କ ସମେତ ତହସିଲଦାର ଜି.ରସ୍ମିରେଖା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.