ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଟାଙ୍ଗରପାଲି ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୮୩ ଗୋଟି ଅଭିଯୋଗ ରହିଥିଲା । ସେଥି ମଧ୍ୟରୁ ୩୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୯ ଗୋଟି ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଆବେଦନ ରହିଥିଲା ଏବଂ ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ସୁଶ୍ରୀ ତେଜସ୍ଵିନୀ ବେହେରା ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.