ବଲାଙ୍ଗିର, (କେପିଏନ୍ଏସ୍) : ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୭୮ ଗୋଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୬୯ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୧୯ ଗୋଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୭ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ଟିଟିଲାଗଡ ଉପ ଜିଲ୍ଲାପାଳ, ପଦ୍ମନାଭ ସାମନ୍ତରାୟ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।