ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଲେଫ୍ରିପଡା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ୍ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୭୬ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୨୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୧ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ଦୁଇ ଗୋଟି ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ସୂରଜ କୁମାର ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.