ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଡିଏମ୍‌ ପବିତ୍ର ବେହେରା, ପିଡ଼ି ତରଣୀ ସୁନା, ଉପ ଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, କଣ୍ଟାବାଞ୍ଜି ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ମାରାଣ୍ଡି, ବିଡ଼ିଓ ନିତୁଶ୍ରୀ ମେହେର, ତହସିଲଦାର ଜ୍ୟୋତ୍ସ୍ନା ମାଝୀ ଉପସ୍ଥିତ ରହି ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ । ୬୨ଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡ଼ିଓ ନିତୁଶ୍ରୀ ମେହେର, ତହସିଲଦାର ଜ୍ୟୋସ୍ନା ମାଝୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଲୋକେ ବ୍ୟକ୍ତିଗତ ଓ ସାମୁହିକ ଅଭିଯୋଗକୁ ଦୃଷ୍ଟି ଆକର୍ଷଣ କରିଥିଲେ । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଉପସ୍ଥିତ ନ ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.