jsm

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ମହକୁମାସ୍ଥିତ ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଥିଲା । ଏହି ଶିବିରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣାନିଧି ମଲ୍ଲିକ ଯୋଗଦାନ କରି, ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଆପତ୍ତି ସମ୍ପର୍କିତ ୬୫ଟି ପଞ୍ଜୀକୃତ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥିରୁ ୪ଟି ସାମୁହିକ ଓ ୬୧ଟି ବ୍ୟକ୍ତିଗତ ଦରଖାସ୍ତ ଥିଲା । ତାହାରୁ ୭ଟି ଅଭିଯୋଗର ତତକ୍ଷଣାତ ସମାଧାନ କରାଯାଇଥିଲା । ଅନ୍ୟାନ୍ୟ ପତ୍ରଗୁଡ଼ିକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଦାଖଲ କରାଯାଇ, ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା- ମୁଖ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ପୌରପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା, ଡେପୁଟି କଲେକ୍ଟର ନିବେଦିତା ସ୍ଵାଇଁ, ସୋଭିନା ଭୋଇ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ, ବ୍ଲକସ୍ତରୀୟ ଅଧିକାରୀ, କର୍ମଚାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.