csstore

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୩୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୨ ଗୋଟି, ସାମୂହିକ ଦରଖାସ୍ତ ୭ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା ପ୍ରମୋଦ ଚନ୍ଦ୍ର ମେହେରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡ଼. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅଧିକ୍ଷଣ ଯନ୍ତ୍ରୀ ଇଂ. ଦାମୋଦର କୈବର୍ତ୍ତ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଉପଶ୍ରମ ନିର୍ଦ୍ଦେଶକ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟିପିଡବ୍ଲୁଓଡିଏଲ୍‌ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ପିଏଚ୍‌ଡି ଇଂ. ଏକେ ମୂର୍ତ୍ତି, ଆଇଆଇସି ବିନିକା ସାରଙ୍ଗଧର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.