
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ପୁଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶୁଣାଣି ଶିବିରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ରହି ବିଭିନ୍ନ ପ୍ରାନ୍ତରୁ ଆସିଥିବା ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ପ୍ରତ୍ୟକ୍ଷ ଭାବେ ଶୁଣିଥିଲେ । ଆଜିର ଏହି ଶିବିରରେ ମୋଟ ୨୫ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା; ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୨୪ଟି ଏବଂ ସାମୂହିକ ସମସ୍ୟା ସମ୍ବନ୍ଧୀୟ ୦୧ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ୮ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଛି । ଶିବିରରେ ଉପସ୍ଥିତ ସମସ୍ତ ବିଭାଗର ଅଧିକାରୀମାନେ ଦାଖଲ ହୋଇଥିବା ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଥିଲେ । ବିଭିନ୍ନ ଗ୍ରାମରୁ ଆସିଥିବା ଲୋକମାନେ ନିଜ ନିଜର ସମସ୍ୟା ଉପସ୍ଥାପନ କରିଥିବା ବେଳେ, ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ତରଣୀ ସୁନା, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଡେପୁଟି କଲେକ୍ଟର ନିବେଦିତା ସ୍ଵାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୋଭିନା ଭୋଇ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଧୀରେନ ସିଂ ବରିହା, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ବିଜୟଲକ୍ଷ୍ମୀ ନିଶାଙ୍କ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ପୁଇଁନ୍ତଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମରେନ୍ଦ୍ର ସ୍ଵାଇଁ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।