jayashree

ଜିଲ୍ଲା ସଦର ମହକୁମାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଜିଲ୍ଲା ସଦର ମହକୁମା ଠାରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସଦଭାବନା ଭବନ ଠାରେ ଅନୁଷ୍ଠିତ ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜିର ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୋଟ ୧୨୩ ଗୋଟି ଅଭିଯୋଗ ରହିଥିଲା । ସେଥି ମଧ୍ୟରୁ ୮୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୧୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୫୯ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୮ ଗୋଟି ଏବଂ ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ୧୧ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା ତଥା ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.