ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ଫେବୃୟାରୀ ମାସରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସହ ବିଭାଗୀୟ ଅଧିକାରୀଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀର କାର୍ଯ୍ୟକ୍ରମ ବିଭିନ୍ନ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବା ପାଇଁ ଧାର୍ଯ୍ୟା କରାଯାଇଛି । ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମିଳିତ ଜନ ଅଭିଯୋଗ ଶୁଣାଣୀ ଚଳିତ ଫେବୃୟାରୀ ମାସ ୫ ତାରିଖ ସକାଳ ଘ.୧୦. ୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ୧୨ ତାରିଖ ସକାଳ ଘ. ୧୦.୩୦ ମି ସମୟରେ ବେଲପଡା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ, ୧୯ତାରିଖ ସକାଳ ଘ. ୧୦.୩୦ ମି ସମୟରେ ପୁଇଁତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଏବଂ ୨୬ ତାରିଖ ସକାଳ ଘ. ୧୦.୩୦ ମି ସମୟରେ ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ତଥା ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ଏଣୁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜ ନିଜର ଅଭିଯୋଗ ପ୍ରଦାନ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।

Leave A Reply

Your email address will not be published.

eleven − 1 =