ଗଞ୍ଜାମ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଡ଼. ସର୍ବଣ ବିବେକ ଏମ୍‌, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଗଞ୍ଜାମ ଜିଲ୍ଲା ପରିଷଦ, ପ୍ରତାପ ଚନ୍ଦ୍ର ପ୍ରଧାନ, ବ୍ରହ୍ମପୁର ଅତିରିକ୍ତ ଉପଜିଲ୍ଲାପାଳ ଡ଼. ଗୌରବମୟ ପ୍ରଧାନ ଯୋଗଦାନ କରି ଶୁଣାଣି କରିଥିଲେ । ଆଜି ମୋଟ ୮୦ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୭୪ଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୬ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ୯ଗୋଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା । ଜିଲ୍ଲାପାଳ ୨ଜଣଙ୍କୁ ୫୫ହଜାର ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଏବଂ ୨ଜଣଙ୍କୁ ୮ହଜାର ଟଙ୍କା ରେଡ଼କ୍ରସରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶିବିରରେ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବିଡ଼ିଓ, ତହସିଲଦାର ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.

three × 5 =