ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ : ମାତ୍ର ୪୭ଟି ଅଭିଯୋଗ ପଞ୍ଜିକୃତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହଠାରେ ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀ ଉପସ୍ଥିତ ଥିଲେ । ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟା କରିବାକୁ ପରାମର୍ଶ ଦେଇଥିଲେ ଜିଲ୍ଲାପାଳ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଛି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ କିନ୍ତୁ ଏହି ଲୋକାଭିମୁଖୀ ଜନ ଶୁଣାଣିକୁ ପ୍ରଚାର ପ୍ରସାର ଅଭାବ ନା ଜନସାଧାରଣ ଏ ବିଷୟରେ ଅବଗତ ନାହାଁନ୍ତି ଯେ ଏହି ଭଳି ଜନ ଶୁଣାଣିକୁ ପହଞ୍ଚି ପାରୁ ନାହାନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି । ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗକୁ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିବାଡ଼ି ସମ୍ୱନ୍ଧୀୟ ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିଲା । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୪୭ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୩୫ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୨ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଏହି ଶିବିରରେ ଜିଲ୍ଲା ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା, ଡେପୁଟି କଲେକ୍ଟର ସଚ୍ଚିଦାନନ୍ଦ ମିଶ୍ର, ଜିଲ୍ଲା ପ୍ରକଳ୍ପ ଅଧିକାରୀ ସୁଶାନ୍ତ ସିଂ, ସ୍ନିଗ୍ଧାରାଣୀ ତ୍ରିପାଠୀ, ପାଟଣାଗଡ଼ ଏସ୍‌ଡିପିଓ ସଦାନନ୍ଦ ପୁଝାରୀଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିବାବେଳେ ଖପ୍ରାଖୋଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ମୁଖ୍ୟ ଚିକିତ୍ସା ଅଧିକାରୀ ସୁରଜ ଦୀପ, ହରିଶଙ୍କର ବନାଞ୍ଚଳ ଅଧିକାରୀ ଅରବିନ୍ଦ ନାଏକ, ଏସ୍‌ଡିପିଓ ସୁଜାତା ଦୋରାଙ୍କ ସହ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

five × four =