ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ । ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ । ଭୁବନେଶ୍ୱରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ । ସୂଚନାଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି । ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି । ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।

Leave A Reply

Your email address will not be published.