shyamal

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୃଣାଲ ମୋତିରାମ ଚୌହାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ ଏବଂ ପଦ୍ମପୁର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ଶିକ୍ଷା, ପାନୀୟ ଜଳ ଯୋଗାଣ, ରାସନକାର୍ଡ, ଧାନ ବିକ୍ରି, ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୭୮ ଗୋଟି ଅଭିଯୋଗ ମଧ୍ୟରୁ ୬୬ଗୋଟି ବ୍ୟକ୍ତିଗତ ଏବଂ ୧୨ ଗୋଟି ସାମୁହିକ ସମସ୍ୟାର ଅଭିଯୋଗ ଶୁଣାଣି କରି ଜିଲ୍ଲାପାଳ ଲୋକଙ୍କ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

purusottam
Leave A Reply

Your email address will not be published.