oom

ବରଗଡରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

jsmm

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ବରଗଡ଼ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ହରପ୍ରସାଦ ଭୋଇ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେର୍ସିୟସ ଡୁଙ୍ଗଡୁଙ୍ଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୮ ଗୋଟି ଅଭିଯୋଗ ମଧ୍ୟରୁ ୩୧ ଗୋଟି ବ୍ୟକ୍ତିଗତ ଏବଂ ୨୭ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଶିବିରରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ଟ୍ରାଇସାଇକଲ୍ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.