csstore

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୬୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ତନ୍ମଧ୍ୟରୁ ୨ ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କାରାଯାଇଛି । ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଡୁଙ୍ଗୁରିପାଲି ଦିଲ୍ଲୀପ କୁମାର ବାଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡ଼. ସୌମ୍ୟାରୁପା ରଥ, ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.